logo

ପବିତ୍ର ରାମ ନବମୀ ଉପଲକ୍ଷେ ଶୁଭକାମନା ଓ ଅଭିନନ୍ଦନ

ଆଜି ପବିତ୍ର ରାମନବମୀ । ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଙ୍କ ଜନ୍ମଦିନ । ପ୍ରତିବର୍ଷ ଚୈତ୍ର ମାସ ଶୁକ୍ଳ ପକ୍ଷ ନବମୀ ତିଥିରେ ରାମନବମୀ ପାଳିତ ହୁଏ । ପ୍ରଭୁ ଶ୍ରୀରାମ ଧର୍ମର ପ୍ରତୀକ । ଯୁଗେ ଯୁଗେ ଯେବେ ଧର୍ମର ଅବକ୍ଷୟ ଘଟି ଅଧର୍ମର ପ୍ରାଦୁର୍ଭାବ ବଢିଛି ନର ରୂପ ଧାରଣ କରି ସ୍ବୟଂ ନାରାୟଣ ଧରାବତରଣ କରିଛନ୍ତି । ରାକ୍ଷସ ରାବଣ ନିଜ ବାହୁବଳରେ ସ୍ବର୍ଣ୍ଣର ଲଙ୍କା ପ୍ରତିଷ୍ଠା କରି ଧରାରେ ଲୋକଙ୍କ ଉପରେ ଅତ୍ୟାଚାର କରିଥିଲା । ସେବେ ମର୍ଯ୍ୟାଦାପୁରୁଷ ଶ୍ରୀରାମଙ୍କର ଆବର୍ଭାବ ହୋଇଥିଲା ।

ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ । ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ୱାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ ।

ବଶିଷ୍ଠ ଓ ଋଷିଶୃଙ୍ଗଦ୍ୱାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ୱର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ୱା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ୱିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ । ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ୱଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ ।

ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କ ଜନ୍ମ ଦିବସ ତଥା ଶ୍ରୀରାମ ନବମୀ ଉପଲକ୍ଷେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଶୁଭକାମନା । ପ୍ରଭୁ ଶ୍ରୀରାମ ହେଉଛନ୍ତି ଧର୍ମର ଆଦର୍ଶ, ମର୍ଯ୍ୟାଦାର ପରିଚୟ ଓ ନ୍ୟାୟର ପଥଦର୍ଶକ । ତାଙ୍କ ଆଶୀର୍ବାଦରୁ ଆପଣଙ୍କ ଜୀବନ ସୁଖମୟ ଓ ଆନନ୍ଦମୟ ହେଉ ଏତିକି କାମନା ।

*ଜୟ ଶ୍ରୀ ରାମ 🙏*

1
124 views