logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

ପି ଏମ ଶ୍ରୀ ମାଲୁସାନ୍ତା ସରକାରୀ ନୋଡାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ମହା ଆଡ଼ମ୍ବରରେ ପାଳିତ


କୋରାପୁଟ, ୧୦/୦୨/୨୦୨୬ (ଡଃ ନଳିନୀ କାନ୍ତ ସେନାପତି) : ପିଏମଶ୍ରୀ ମାଲୁସାନ୍ତା ସରକାରୀ ନୋଡାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ମଙ୍ଗଳବାର ମହା ସମାରୋହରେ ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ରଶ୍ମି ରଞ୍ଜନ ସେଠୀଙ୍କ ତତ୍ତ୍ଵାବଧାନରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା କୋରାପୁଟ ଜିଲ୍ଲା ଶିକ୍ଷାଧିକାରୀ କରୁଣାକର ଭୁଏ ଏହି କାର୍ଯ୍ୟକ୍ରମରେ ସଭାପତିତ୍ବ କରିଥିଲେ । ମୁଖ୍ୟ ଅତିଥି ଭାବେ କୋରାପୁଟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡଃ ଦେବାଶିଷ ଗୌଡ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଅବସର ପ୍ରାପ୍ତ ପ୍ରଧାନଶିକ୍ଷକ ଶିଶିର କୁମାର ପାତ୍ର ଯୋଗ ଦେଇଥିଲେ। ସମ୍ମାନୀତ ଅତିଥି ଭାବେ ଜିଲ୍ଲା ଗୁଣାତ୍ମକ ଶିକ୍ଷା ସଂଯୋଜକ ଚନ୍ଦ୍ରକଳା ବଗର୍ତ୍ତୀ, ପଟ୍ଟାଙ୍ଗୀ ବିଧାୟକଙ୍କ ପ୍ରତିନିଧି ସାଣ୍ଡ୍ରା ସିସା, ମାଥାଲପୁଟ ସରପଞ୍ଚ ରଞ୍ଜିତା ଗୁରୁନା, ଜିଲ୍ଲା ପରିଷଦ ସଭ୍ୟ ମିହିର କୁଲୁଦୀପ, ବିଦ୍ୟାଳୟ ପରିଚାଳନା ସଭାପତି ମନୋଜ ଖୋସଲା, ପୂର୍ବତନ ଛାତ୍ର ସଂସଦ ସଭାପତି ସନ୍ତୋଷ କୁମାର ନନ୍ଦ, ପ୍ରଧାନ ଶିକ୍ଷୟତ୍ରୀ ଦୀପଶିଖା ବେହେରା, ପ୍ରଧାନଶିକ୍ଷକ ଆର ଶିବ ଶଙ୍କର ପଟ୍ଟନାୟକ, ବିଜୟ କୁମାର ସାହୁ, ରବିନ୍ଦ୍ର କୁମାର ସାଉ ପ୍ରମୁଖ ଯୋଗ ଦେଇଥିଲେ। ବରିଷ୍ଠ ଶିକ୍ଷୟତ୍ରୀ ପୂର୍ଣ୍ଣିମା ପତି ସ୍ୱାଗତ ଭାଷଣ ସହିତ ଅତିଥି ପରିଚୟ ପ୍ରଦାନ ଓ ମଞ୍ଚ ପରିଚାଳନା କରିଥିଲେ। ବିଦ୍ୟାଳୟର ଅଧ୍ୟକ୍ଷ ରଶ୍ମି ରଞ୍ଜନ ସେଠୀ ବାର୍ଷିକ ବିବରଣୀ ପାଠ କରିଥିଲେ। ଏହି ଅବସରରେ ହାଇ ସ୍କୁଲ ସାର୍ଟିଫିକେଟ ପରୀକ୍ଷା ୨୦୨୫ରେ ବିଦ୍ୟାଳୟରେ ସର୍ବାଧିକ ନମ୍ବର ରଖିଥିବା ଓମ୍ ପ୍ରକାଶ ଜେନା ଓ ସମସ୍ତ ଅତିଥିମାନଙ୍କୁ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଅତିଥିମାନେ ଜୀବନରେ ଉତ୍କର୍ଷତା ହାସଲ ପାଇଁ ଛାତ୍ରଛାତ୍ରୀଙ୍କୁ ଆହ୍ବାନ ଦେଇଥିଲେ। ବିଦ୍ୟାଳୟର ବାର୍ଷିକ କ୍ରୀଡା ଓ ଶିକ୍ଷା କ୍ଷେତ୍ରରେ ସର୍ବଶ୍ରେଷ୍ଠ କୃତିତ୍ୱ ହାସଲ କରିଥିବା ୧୮୦ଜଣ ଛାତ୍ରଛାତ୍ରୀଙ୍କ ସହିତ ୨୦ଜଣ ତାରକା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ଛାତ୍ରଛାତ୍ରୀମାନେ ସୁନ୍ଦର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଅଧ୍ୟକ୍ଷ ରଶ୍ମି ରଞ୍ଜନ ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଦ୍ୟାଳୟର ପ୍ରଧାନଶିକ୍ଷକ, ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ର ଛାତ୍ରୀ, ଅଭିଭାବକ, ପରିଚାଳନା କମିଟି ସଦସ୍ୟ ସଦସ୍ୟା, ପଞ୍ଚସଖା ଶିକ୍ଷ୍ୟା ସେତୁ ସଦସ୍ୟ ସଦସ୍ୟା, ଶିକ୍ଷାବିତ୍, ବୁଦ୍ଧିଜୀବୀ ଓ ଗ୍ରାମବାସୀମାନେ ଯୋଗ ଦେଇଥିଲେ।

52
814 views

Comment