logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

ଏସ ଏସ ଡି ହାଇସ୍କୁଲ ର ବାର୍ଷିକ ଉତ୍ସବ

ଚିତ୍ରକୋଣ୍ଡା -: ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଏସ ଏସ ଡି ହାଇସ୍କୁଲ ର ବାର୍ଷିକ ଉତ୍ସବ ବହୁ ଆଡମ୍ବର ସହ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ମନୋଜ କୁମାର ଲାଉଡ଼ିଆ ଙ୍କ ତତ୍ୱାବଧାନ ରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସମାରି ତାଙ୍ଗୁଲୁ ଉପସ୍ଥିତ ଥିଲେ । ମୁଖ୍ୟ ବକ୍ତା ଭାବେ ବିଧାୟକ ଶ୍ରୀଯୁକ୍ତ ମଙ୍ଗୁ ଖିଲ ଯୋଗ ଦେଇଥିଲେ । ଅନ୍ୟାନ୍ୟ ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ସୁଶ୍ରୀ ରାଜେଶ୍ୱରୀ ଖିଲ, ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ଶ୍ରୀ ପ୍ରଦୀପ କୁମାର ବିଶ୍ବାଳ, ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଶ୍ରୀ ସୌମ୍ୟ ରଞ୍ଜନ ସାହୁ, ସମାଜସେବୀ ଶ୍ରୀ ଦେବେନ୍ଦ୍ର ଦାସ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶ୍ରୀ ସୁକଦେଵ ହନ୍ତାଳ, ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ଙ୍କ ସମେତ ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମ ର ମହତ୍ତ୍ୱ ଏବଂ ଛାତ୍ରଛାତ୍ରୀ ମାନଙ୍କୁ ପ୍ରେରଣା ପୂର୍ବକ ସମସ୍ତ ଅତିଥି ଉଦବୋଧନ ଦେଇଥିଲେ । ନିଜ ନିଜ ଅଭିଜ୍ଞତା ନେଇ ଛାତ୍ରୀ ମାନଙ୍କୁ ଭବିଷ୍ୟତ ର ଉଜ୍ଜ୍ୱଳ କାମନା କରି ସମସ୍ତ ଅତିଥି ଉଦବୋଧନ ଦେଇଥିଲେ । ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ ଓ ବିଦ୍ୟାଳୟରେ ଥିବା ସମସ୍ୟା ଗୁଡ଼ିକ ବାବଦରେ ପ୍ରକାଶ କରିଥିଲେ । ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ପାଇଥିବା ଛାତ୍ରଛାତ୍ରୀ ମାନଙ୍କୁ ମଞ୍ଚସ୍ଥ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ସମସ୍ତ ଅତିଥି ଏବଂ ଛାତ୍ରଛାତ୍ରୀ ଙ୍କ ପାଇଁ ଉତ୍ତମ ଭୋଜନ ବ୍ୟବସ୍ଥା କରାଯାଇଥିଲା । ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସନ୍ଧ୍ୟା ସମୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ସମସ୍ତଙ୍କୁ ଧନ୍ୟବାଦ ପୂର୍ବକ ପ୍ରଧାନ ଶିକ୍ଷକ କାର୍ଯ୍ୟକ୍ରମ ସମାପ୍ତ କରିଥିଲେ । ପ୍ରଧାନ ଶିକ୍ଷକ ଶ୍ରୀ ଲାଉଡ଼ିଆ ଙ୍କ ନେତୃତ୍ୱରେ ବିଦ୍ୟାଳୟର ସମସ୍ତ କର୍ମକର୍ତ୍ତା ଙ୍କ ସହଯୋଗରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ଟି ସମ୍ପୂର୍ଣ୍ଣ ବ୍ୟବସ୍ଥିତ ଏବଂ ସଫଳ ପୂର୍ବକ ସମାପନ ହୋଇଛି ।

9
9 views

Comment