ନବରଙ୍ଗପୁର ଜିଲ୍ଲା ନୂତନ ଆରକ୍ଷୀ ଅଧିକ୍ଷକ ଭାବେ ଦାଇତ୍ୱ ଗ୍ରହଣ କଲେ ଶ୍ରୀ କାଶ୍ୟପ ପାର୍ଥ ଜଗଦୀଶ ।
ନବରଙ୍ଗପୁର ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ଠାରେ ଅନୁଷ୍ଠାନିକ ଭାବେ ନୂତନ ଆରକ୍ଷୀ ଅଧିକ୍ଷକ ଭାବେ ଦାଇତ୍ୱ ଗ୍ରହଣ କରିଛନ୍ତି ଶ୍ରୀ କାଶ୍ୟପ ପାର୍ଥ ଜଗଦୀଶ। ପୂର୍ବରୁ ସେ ଭଦ୍ରକ ଜିଲ୍ଲାରେ ଅତିରିକ୍ତ ଏସପି ଭାବେ କାର୍ଯ୍ୟରତ ଥିଲେ। ନବରଙ୍ଗପୁର ଜିଲ୍ଲାର ପୂର୍ବତନ ଆରକ୍ଷୀ ଅଧିକ୍ଷକ ଶ୍ରୀ ମଡକର ସନ୍ଦୀପ ସମ୍ପତ ଡ଼ି ଆଇ ଜି, ସିଆଇଡି -ସିବି ଭାବରେ ପୋଦୋନ୍ନତି ପାଇଛନ୍ତି। ନବରଙ୍ଗପୁର ହାବିଲଦାର ସଂଘ ଏବଂ ଅନ୍ୟ ସଂଘ ମାନେ ନୂତନ ଆରକ୍ଷୀ ଅଧିକ୍ଷକଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି।